Heavy Rain Alert: ଆଉ 2 ଦିନ ଧରି ପ୍ରବଳ ବର୍ଷିବ, ଆଜି ଓ କାଲି ପାଇଁ ରାଜ୍ୟର ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କଲା ପାଣିପାଗ ବିଭାଗ

ବନ୍ଧୁଗଣ ପାଣିପାଗ ବିଭାଗ ପକ୍ଷରୁ ବର୍ତ୍ତମାନ ଏକ ବଡ ଖବର ସାମ୍ନାକୁ ଆସୁଛି ଯାହା ବିଷୟରେ ଆଜି ଆମେ ଆପଣ ମାନଙ୍କୁ କହିବାକୁ ଯାଉଛୁ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଏହି ଖବର ବିଷୟରେ ଜାଣିଲେ ନିଶ୍ଚୟ ଆଶ୍ଚର୍ଯ୍ୟ ହେବେ । ତା ହେଲେ ଆସନ୍ତୁ ଜାଣିବା ଏହି ବଡ ଖବର ବିଷୟରେ । ଦକ୍ଷିଣ ବଙ୍ଗପ ସାଗରରେ ସକ୍ରିୟ ରହିଥିବା ଅପପାତର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା ।

ପ୍ରବଳ ବର୍ଷାକୁ ଆଖି ଆଗରେ ରଖି କିଛି ଜିଲ୍ଲାକୁ ଆଜି ଓ ଆସନ୍ତା କାଲି ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ତେବେ ବନ୍ଧୁଗଣ ଆସନ୍ତୁ ଜାଣିବା କେଉଁ ସବୁ ଜିଲ୍ଲାରେ ଆଜି ଏବଂ ଆସନ୍ତା କାଲି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ବଙ୍ଗପ ସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ତାମିଲନାଡୁରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଓଡିଶାରେ ପାଗ କୋହଲା ରହିବା ସହିତ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି ।

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ୧୩ ତାରିଖରେ ବଙ୍ଗପ ସାଗରରେ ଆଉ ଗୋଟେ ଲଘୁଚାପ ସୃଷ୍ଟି ହେବାର ଲକ୍ଷଣ ଦେଖା ଦେଇଛି । ଏହାକୁ ଦ୍ରୁଷ୍ଟିରେ ରଖି ରାଜ୍ୟ ସ୍ଵତନ୍ତ୍ର ରିଲିଫ କମିଶନଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏହା ସହିତ ପାଣିପାଗ ବିଭାଗ ତରଫରୁ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କତାର ଚିଠି ପଠା ଯାଇଛି ।

ଲଗାଣ ବର୍ଷା ସମ୍ପର୍କରେ ଲୋକ ମାନଙ୍କୁ ସତର୍କ କରେଇବା ସହିତ ସ୍ଥିତି ଉପରେ ନଜର ରଖି ଆବଶ୍ୟକ ସ୍ଥଳେ ପଦକ୍ଷେପ ନେବାକୁ ପାଣିପାଗ ବିଭାଗ ତରଫରୁ ନିର୍ଦ୍ଦେଶ ମିଳିଛି । ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ କେନ୍ଦ୍ର ଅନୁମାନ କରାଯାଇଛି ।

ଏହି ଜିଲ୍ଲା ଗୁଡିକ ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, ପୁରୀ, ନୟାଗଡ, ଖୋର୍ଦ୍ଧା, ଝାରସୁଗୁଡା ଏବଂ କେନ୍ଦ୍ରାପଡା ରହିଛି । ତେବ ଏହି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ସେହିପରି ନଭେମ୍ବର ୧୩ ତାରିଖରୁ ୧୪ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡା ଏବଂ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *