କାନ୍ଦିଲା କାଳିଆ, ଆଖିରୁ ଝରିଲା ଲୁହ, ସାମ୍ନାକୁ ଆସିଲା ପହଣ୍ଡି ବିଜେ ସମୟର ଏହି ଅପୂର୍ବ ଦୃଶ୍ୟ, ଦେଖନ୍ତୁ Video

ନମସ୍କାର ବନ୍ଧୁଗଣ ତେବେ ଶ୍ରୀ ଜଗନ୍ନାଥଙ୍କର ଏକ ପ୍ରମୁଖ ବାର୍ଷିକ ଉତ୍ସବ ଯାହାକି ପୁରୀଠାରେ ଜଗନ୍ନାଥ ମନ୍ଦିରରେ ତଥା ବିଶ୍ଵର ବାକି ଅନେକ ସ୍ଥାନରେ ପାଳନ କରାଯାଏ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ ।

ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନ ତିନିଗୋଟି ରଥରେ ପୁଷ୍ୟାନକ୍ଷତ୍ରଯୁକ୍ତ ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥିରେ ବିଜେ କରି ଗୁଣ୍ଡିଚା ମନ୍ଦିରକୁ ଯାଇ ସେଠାରେ ସପ୍ତାହକାଳ ଅବସ୍ଥାନ କରି ଦଶମୀ ଦିନ ସେଠାରୁ ବଡ଼ଦେଉଳକୁ ଫେରିଆସିଥାନ୍ତି । ଗୁଣ୍ଡିଚା ମନ୍ଦିରକୁ ମାଉସୀ ମା ମନ୍ଦିର ନାମରେ ମଧ୍ୟ ଗଣାଯାଏ । ଗୁଣ୍ଡିଚା ମନ୍ଦିରକୁ ଯିବା ଦିନକୁ “ରଥଯାତ୍ରା” ବା “ଗୁଣ୍ଡିଚା ଯାତ” ଓ ଫେରିବା ଦିନକୁ “ବାହୁଡ଼ା ଯାତ୍ରା ବା ବାହୁଡ଼ା ଯାତ” ବୋଲି କୁହାଯାଏ ।

ପରମ୍ପରା ଅନୁସାରେ ଘୋଷଯାତ୍ରାର ଆଗେ ଆଗେ ବଡ଼ଭାଇ ବଳଭଦ୍ରଙ୍କ ରଥ ‘ତାଳଧ୍ଵଜ’, ତାଙ୍କ ପଛେ ପଛେ ଦେବୀ ସୁଭଦ୍ରାଙ୍କ ‘ଦର୍ପଦଳନ’ ଓ ସର୍ବଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ‘ନନ୍ଦିଘୋଷ’ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରନ୍ତି ।

ତେବେ ବର୍ତ୍ତମାନ ଏକ ଭିଡିଓ ଦେଖିବାକୁ ମିଳୁଛି ଯେଉଁଥିରେ ମହାପ୍ରଭୁଙ୍କ ପହଣ୍ଡି ବେଳର ଦୃଶ୍ୟ ତେବେ ଦେଖିବାକୁ ମିଳୁଛି କି ମହାପ୍ରଭୁଙ୍କ ଆଖିରେ ଲୁହ ର ଧାର ତେବେ ଭକ୍ତ ଏବଂ ଭଗବାନ ଙ୍କ ର ଏହି ଅପୂର୍ବ ମିଳନ ର ଦୃଶ୍ୟ ଅତି ମନୋହର ଅଟେ । ତେବେ ମହାପ୍ରଭୁ ନିଜ ଭକ୍ତ ମେଳ ରେ ଯାଉଛନ୍ତି ତେବେ ମହାପ୍ରଭୁଙ୍କ ଆଖିରେ ଲୁହ ଦେଖି ଭକ୍ତ ମଧ୍ୟ ଭାବୁକ ହୋଇ ପଡୁଛନ୍ତି । ତେବେ ଏହି ଦୃଶ୍ୟ ଅତି ମନୋହରା ଅଟେ ।

ତେବେ ପହଣ୍ଡିର ଆଭିଧାନିକ ଅର୍ଥ ହେଉଛି ପାଦରେ ଭ୍ରମଣ । ପହଣ୍ଡି ବିଜେ ଶ୍ରୀମନ୍ଦିରର ସ୍ନାନଯାତ୍ରା ଓ ରଥଯାତ୍ରା ସମୟରେ ହୋଇ ଆସୁଥିବା ବିଦ୍ଧି ସମ୍ବନ୍ଧୀୟ କ୍ରିୟାପଦ୍ଧତି । ପହଣ୍ଡି ପୁଣି ଦୁଇ ଭାଗରେ ବିଭକ୍ତ ଯଥା:- ଧାଡି ପହଣ୍ଡି ଓ ଗୋଟି ପହଣ୍ଡି । ସ୍ନାନଯାତ୍ରା ସମୟରେ ତିନିଠାକୁରଙ୍କୁ ଶ୍ରୀମନ୍ଦିର ରତ୍ନବେଦୀରୁ ସ୍ନାନ ମଣ୍ଡପକୁ ନେବା ସମୟରେ ଯେଉଁ ପହଣ୍ଡି ହୁଏ ତାହାକୁ ଧାଡି ପହଣ୍ଡି କୁହାଯାଏ ।


ରଥଯାତ୍ରା ସମୟରେ ତିନିଠାକୁରଙ୍କୁ ଶ୍ରୀମନ୍ଦିର ରତ୍ନବେଦୀରୁ ରଥ ଉପରକୁ ଓ ରଥରୁ ମନ୍ଦିରକୁ ନେବା ସମୟରେ ଯେଉଁ ପହଣ୍ଡି କରାଯାଏ ତାହାକୁ ଗୋଟି ପହଣ୍ଡି କୁହାଯାଇଥାଏ । ଏହି ଦୁଇ ପ୍ରକାରର ପହଣ୍ଡି କେବଳ ବିଗ୍ରହମାନଙ୍କୁ ପହଣ୍ଡି ସମୟରେ ଘୁଞ୍ଚାଇବାର ତରୀକା ବ ଢଙ୍ଗକୂ ବୁଝାଇଥାଏ । ଶ୍ରୀ ଜଗନ୍ନାଥ ଓ ବଳଭଦ୍ରଙ୍କ ବାହୁ ଥିବାଯୋଗୁଁ ଦୁଇ ବିଗ୍ରହଙ୍କୁ ସମୟ ସମୟରେ ଭୂମିକୁ ଛୁଆଁଇ କରି ପହଣ୍ଡି କରାଯାଇଥାଏ । କିନ୍ତୁ ଦେବୀ ସୁଭଦ୍ର ଓ ସୁଦର୍ଶନଙ୍କ ବାହୁ ନଥିବା ଯୋଗୁଁ ସେମାନଙ୍କୁ ଶାଇତ ରୂପେ ବୁହାଇ ପହଣ୍ଡି କରାଯାଇଥାଏ । ତେବେ ଏହା ଉପରେ ଆପଣଙ୍କ ମତାମତ କଣ ନିଶ୍ଚିତ ଜଣାନ୍ତୁ ।

Leave a Reply

Your email address will not be published. Required fields are marked *