ଖରା ଛୁଟି ପରେ ନୂଆ ନିୟମରେ ଖୋଲିବ School, ଦେଖନ୍ତୁ ଏ ନେଇ କଣ କହିଲେ ଗଣଶିକ୍ଷା ମନ୍ତ୍ରୀ Sameer Ranjan Das, ଦେଖନ୍ତୁ Video

ବନ୍ଧୁଗଣ ଗତ କିଛି ଦିନ ତଳେ ଓଡିଶାରେ ଖରା ଛୁଟି ଘୋଷଣା କରଯାଇଥିଲା ଆଉ ଏବେ ଖରା ଛୁଟି ଚାଲିଛି । କରୋନା ମହାମାରୀ ପାଇଁ ଦୀର୍ଘ ଦୁଇ ବର୍ଷ ହେବ ବିଦ୍ୟାଳୟ ଓ ମହା ବିଦ୍ୟାଳୟ ବନ୍ଦ ରଖା ଯାଇଥିଲା । ପିଲା ମାନେ ଅନଲାଇନ ପାଠ ପଢୁଥିଲେ । ତେବେ ବନ୍ଧୁଗଣ ଏହି ବର୍ଷ ପାଠ ପଢା ଉପରେ ଅଧିକ ଗୁରୁତ୍ଵ ଦେଉଛନ୍ତି ଗଣଶିକ୍ଷା ବିଭାଗ । ଖରା ଛୁଟି ଶେଷ ହେବା ପରେ କିଭଳି ଭାବରେ ବିଦ୍ୟାଳୟରେ ପାଠ ପଢା ଯିବ ସେନେଇ ଓଡିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ପକ୍ଷରୁ ନିୟମାବଳୀ ଜାରି କରାଯାଇଛି ।

ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହ ଚିଠି ଲେଖିଛନ୍ତି । ତେବେ ବନ୍ଧୁଗଣ ସେହି ଚିଠିରେ କଣ ସବୁ ନିୟମାବଳୀ ଅଛି ତାହା ବିଷୟରେ ଆଜି ଆମେ ଆପଣ ମାନଙ୍କୁ କହିବାକୁ ଯାଉଛୁ ।  ତା ହେଲେ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହା ବିଷୟରେ ।

ଚିଠିରେ ଉଲ୍ଲେଖ ରହିଛି ଯେ, ଖରା ଛୁଟି ଶେଷ ହେବା ପରେ ନୂଆ ଶିକ୍ଷାବର୍ଷର ଆରମ୍ଭ ହେବ । ଠିକଣା ଢଙ୍ଗରେ ଶିକ୍ଷାଦାନ ଆରମ୍ଭ କରିବାକୁ ନିୟମାବଳୀ ଦିଆଯାଇଛି । ଶତପ୍ରତିଶତ ପାଠ୍ୟଖସଡ଼ା ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠ ପଢା ସମୟ ସମ୍ବନ୍ଧରେ ଆଲୋଚନା କରିବେ ।

କିଭଳି ଭାବେ ସଠିକ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ । କରୋନା କାଳରେ କ୍ଷତିଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଠାଯିବ । ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ । ଶ୍ରେଣୀ ଓ ବିଷୟଭିତ୍ତିକ ପାଠପଢା ସମୟ ସାରଣୀ ପ୍ରତି ଶ୍ରେଣୀଗୃହରେ ବିଦ୍ୟାର୍ଥୀଙ୍କ ପାଇଁ ଲଗାଯିବ । ଛାତ୍ରଛାତ୍ରୀଙ୍କ ଦକ୍ଷତା ଯାଞ୍ଚ ପରେ ଖରାପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ ।

ସେମାନଙ୍କୁ ପୃଥକ ଭାବେ ଅତିରିକ୍ତ ପାଠ ପଢାଯିବା ସହ ନିୟମିତ ପାଠ ମଧ୍ୟ ପ୍ରଦାନ କରାଯିବ । ସିଆରସିସି ମାନେ ନିଜ କ୍ଲଷ୍ଟରରେ ପାଠପଢା ଉପରେ ତୀକ୍ଷଣ ନଜର ରଖିବା ସହ ରୀତିମତ ଯାଞ୍ଚ କରିବେ । ଶିକ୍ଷକମାନେ ପାଠପଢାରେ ହୋଇଥିବା କ୍ଷତି ଭରଣା ପାଇଁ ସ୍ବତନ୍ତ୍ର ଯୋଜନା କରିବେ । ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତାକୁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରାଥମିକତା ଦେବେ । ତା ହେଲେ ବନ୍ଧୁଗଣ ଏହି ଖବର ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ । 

Leave a Reply

Your email address will not be published. Required fields are marked *