ରାତି 12 ଟା ରେ ଲୋକଙ୍କୁ ନଦୀ ବନ୍ଧରୁ ଉଦ୍ଧାର କରି ଆଶ୍ରୟ ଦେଲେ ପିପିଲି ବିଧାୟକ Rudra Maharathy, ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀଙ୍କୁ ବେସ ଭଲ ଭାବରେ ଜାଣିଥିବେ । ରୁଦ୍ର ପ୍ରତାପ ମହାରଥୀ ହେଉଛନ୍ତି ବିଜେଡି ଦଳର ବରିଷ୍ଠ ନେତା ପ୍ରଦୀପ ମହାରଥୀଙ୍କ ଏକ ମାତ୍ର ପୁତ୍ର । ଗତ କିଛି ମାସ ତଳେ ପ୍ରଦୀପ ଏହି ଦୁନିଆ ଛାଡି ଚାଲିଯାଇଥିଲେ ଆଉ ଏହା ପରେ ବିଜେଡି ଦଳ ପ୍ରଦୀପଙ୍କ ପୁଅ ରୁଦ୍ର ପ୍ରତାପଙ୍କୁ ନିର୍ବାଚନ ଲଢିବା ପାଇଁ ଟିକେଟ ଦେଇଥିଲା ।

ବନ୍ଧୁଗଣ ଜନତାଙ୍କ ପୂର୍ଣ୍ଣ ସମର୍ଥନରେ ରୁଦ୍ର ପ୍ରଥମ ଚେଷ୍ଟାରେ ପିପିଲି ବିଧାୟକ ରୂପେ ନିର୍ବାଚିତ ହୋଇଛନ୍ତି । ବନ୍ଧୁଗଣ ରୁଦ୍ର ପିପିଲି ବିଧାୟକ ହେଲା ପରେ ଲୋକ ମାନଙ୍କ ପାଖକୁ ଯାଇ ସେବା କରୁଛନ୍ତି । ରୁଦ୍ରଙ୍କର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯେଉଁଥିରେ ସେ ଲୋକ ମାନଙ୍କର ସେବା କରୁଛନ୍ତି । ନିଜ ବାପାଙ୍କ ସମ୍ମାନକୁ ରୁଦ୍ର ଏକ ଯୋଗ୍ୟ ସନ୍ତାନ ରୂପେ ରଖିଛନ୍ତି ।

ତେବେ ବନ୍ଧୁଗଣ ଆପଣ ମାନେ ସମସ୍ତେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଏବେ ଓଡିଶାରେ ବନ୍ୟା ସ୍ଥିତି ଉପୁଜିଛି । ବନ୍ଧୁଗଣ ଏବେ ରାଜ୍ୟରେ ସମ୍ଭାବ୍ୟ ବନ୍ୟାକୁ ନେଇ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଛି । ଆପଣ ମାନେ ସମସ୍ତେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଏବେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପ୍ରଭାବ ଦେଖିବାକୁ ମିଳିଛି । ହୀରାକୁଦ ଡ୍ୟାମ ଗେଟ ଖୋଲିବା ପରେ ଏବେ ଲୋକ ମାନେ ଚିନ୍ତାରେ ପଡିଛନ୍ତି ।

ପୂର୍ବରୁ ମହାନଦୀ ଅବବାହିକାରେ ବଡ ବନ୍ୟା ଆସିଥିଲା ତେବେ ଏଥର କମ ପାଣି ଆସିଥିଲେ ମଧ୍ୟ ସ୍ଥିତି ଅଧିକ ଜଟିଳ ହୋଇଛି । ଛତିଶଗଡ ଓ ଓଡିଶାରେ ପ୍ରବଳ ବର୍ଷା ହେବା ପରେ ସୃଷ୍ଟି ହୋଇଛି ବନ୍ୟା ସ୍ଥିତି । ଏବେ ଅଧା ଓଡିଶା ପାଣିରେ ଉବୁ ଡୁବୁ ହେଉଛି । ଆଉ ଏହାରି ମଧ୍ୟରେ ରୁଦ୍ର ନିଜ ଅଞ୍ଚଳରେ ଥିବା ଲୋକ ମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି । ରୁଦ୍ର ଲୋକ ମାନଙ୍କ ପାଇଁ ଏକ ସୁରକ୍ଷିତ ଆଶ୍ରୟ ସ୍ଥଳୀରେ ବ୍ୟବସ୍ଥା କରିଛନ୍ତି ।

କେଉଁଠି ସେ ଚୂଡା ଆଉ ଗୁଡ ବାଣ୍ଟୁ ଛନ୍ତି ତ କେଉଁଠି ଯାଇ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି । ତେବେ ଏହାରି ମଧ୍ୟରେ ରୁଦ୍ରଙ୍କର ଏକ ଭିଡିଓ ଭାଇରାଲ ହେଉଛି । ଏହି ଭିଡିଓରେ ରୁଦ୍ର ଲୋକ ମାନଙ୍କ ପାଖକୁ ଯାଇ ତାଙ୍କୁ ଏକ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ନିବେଦନ କରୁଛନ୍ତି । ତେବେ ଏହି ଭିଡିଓଟି ଆପଣ ମାନଙ୍କୁ କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *