“ଓହୋ ! କି ଚାପୁଡ଼ା ବିଜେପିକୁ…” ଦେଖନ୍ତୁ ବିଜେପି କୁ ଏମିତି କାହିଁକି କହିଲେ କଂଗ୍ରେସ ବିଧାୟକ Sura Routray, ଦ୍କେହନ୍ତୁ Video

ନମସ୍କାର ବନ୍ଧୁଗଣ ତେବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଶୁଣାଇଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟରେ ମାମଲା ଦାୟର ହୋଇଥିଲା । ମାମଲାର ଶୁଣାଣି କରି ଉଭୟ ଆବେଦନ କାରୀଙ୍କ ମାମଲାକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି । ତେବେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାମ ଚାଲିଥିବାରୁ ମାମଲା ରଦ୍ଦ କରାଯାଇଛି ।  ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ଜରିମାନା ଲଗାଯାଇଛି ।

କୋର୍ଟଙ୍କ ବହୁ ମୂଲ୍ୟ ସମୟ ନଷ୍ଟ ହୋଇଥିବାରୁ ଉଭୟ ପକ୍ଷଙ୍କ ଉପରେ ୧ ଲକ୍ଷ ଟଙ୍କା ଲେଖାଏ ଜରିମାନା ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ସୂଚନା ନୁସାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ପ୍ରସଙ୍ଗକୁ ନେଇ ଜଷ୍ଟିସ୍ ବି.ଆର୍ ଗଭାଇ ଓ ଜଷ୍ଟିସ ହିମା କୋହଲିଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟଙ୍କ ୨ ଜଣିଆ ଖଣ୍ଡପୀଠ ଗତକାଲି ମାମଲାର ଶୁଣାଣି କରିଥିଲେ ।

ମାମଲାର ଶୁଣାଣି କରି ଉଭୟ ପକ୍ଷର ଯୁକ୍ତି ଶୁଣିଥିଲେ । ଏହାସହ ରାୟ ସଂରକ୍ଷିତ ରଖିଥିଲେ । ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ହେଉଥିବା ନିର୍ମାଣକୁ ବିରୋଧ କରି ଅର୍ଦ୍ଧେନ୍ଦୁ ଦାସ ଓ ସୁମନ୍ତ ଘଡ଼େଇଙ୍କ ଦ୍ୱାରା ଦାଖଲ ଅଲଗା ଅଲଗା ଦୁଇଟି ସ୍ୱତନ୍ତ୍ର ଲିଭ୍ ପିଟିସନ୍ ଉପରେ ଏହି ଶୁଣାଣି ହୋଇଥିଲା । ଓଡ଼ିଶା ହାଇକୋର୍ଟଙ୍କ ମେ ୯, ୨୦୨୨ ଆଦେଶ ବିରୋଧରେ ଏହି ଦୁଇ ପିଟିସନ୍ ଦାୟର ହୋଇଥିଲା ।

ତେବେ ମାମଲାର ଶୁଣାଣି ପାଇଁ ସୁମନ୍ତଙ୍କ ଓକିଲ ମହାଲକ୍ଷ୍ମୀ ପାଭାନୀ ଓ ଅର୍ଦ୍ଧେନ୍ଦୁଙ୍କ ଓକିଲ ନଚିକେତା ଯୋଶୀ ଏଥିପାଇଁ ଖଣ୍ଡପୀଠଙ୍କୁ ନିବେଦନ କରିଥିଲେ । ପରିକ୍ରମା ପ୍ରକଳ୍ପ ନାଁରେ ଚାଲିଥିବା ବେଆଇନ ର୍ନିମାଣ ଓ ଖନନ ଯୋଗୁ ଶ୍ରୀମନ୍ଦିର ପ୍ରନିର୍ମାଣ ଉପରେ ରୋକ ଲଗାଇବା ଲାଗି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବି ତାହା ହୋଇ ପାରିନଥିଲା । ଶେଷରେ ଦୁହେଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

ତେବେ ବର୍ତ୍ତମାନ ଏହା ଉପରେ କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ନିଜର ମନ୍ତବ୍ୟ ପ୍ରକାଶ କରିଛନ୍ତି । ତେବେ ଆପଣ ମାନେ ସମସ୍ତେ କଂଗ୍ରେସ ବିଧାୟକ ସୁଅ ରାଉତରାୟଙ୍କୁ ବେସ ଭଲ ଭାବରେ ଜାଣିଥିବେ । ସୁର ଭାଇଙ୍କ ଲୋକପ୍ରିୟତା ଆମ ଓଡିଶାରେ ବହୁତ ଅଧିକ ଅଛି । ତାଙ୍କ କଡା ବୟାନ ଓ ସମାଜ ସେବା ପାଇଁ ସେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ସୁର ଭାଇ ଓଡିଶାରେ ଚାଲିଥିବା ସମସ୍ତ ପ୍ରସଙ୍ଗ ଉପରେ ନିଜର ମକ୍ତବ୍ୟ ରଖନ୍ତି ।

ତେବେ ସେ ଜଣେ ସଚୋଟ ନେତା ଭାବରେ ମଧ୍ୟ ବେଶ ପରିଚିତ । ତେବେ ସେ ଏହା ଉପରେ କହିଛନ୍ତି କି କେହି କିଛି କରି ପାରିବେନି ନା ବିଜେଡି କରି ପାରିବ ନା ବିଜେପି ସବୁ ପ୍ରଭୁ ଜଗନ୍ନାଥ ଙ୍କ ହାତରେ ଅଛି । ତେବେ ସେ ଏହା ମଧ୍ୟ କହିଛନ୍ତି କି କୋର୍ଟ ବର୍ତ୍ତମାନ ଆଦେଶ ଦେଇ ସାରିଛି ତେଣୁ ତୁରନ୍ତ କାମ ଆରମ୍ଭ କରିବା ଆବଶ୍ୟକ ଅଟେ ତେଣୁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାମ ଆରମ୍ଭ କରିବାକୁ କହିଛନ୍ତି ।

ଏହା ସହ ସେ ଶେଷରେ କହିଛନ୍ତି କି ପ୍ରଭୁ ଜଗନ୍ନାଥ ଙ୍କୁ ନେଇ ରାଜନୀତି କରିବା ବନ୍ଦ କରାଯାଉ ଏବଂ ଏହା ବିଜେପି କୁ ଏକ ଶକ୍ତ ଚାପୁଡ଼ା ମଧ୍ୟ ଥିଲା । ତେବେ ଏହା ଉପରେ ଆପଣଙ୍କ ମତାମତ କଣ ନିଶ୍ଚିତ ଜଣାନ୍ତୁ ।

Leave a Reply

Your email address will not be published. Required fields are marked *